ସ୍କୁଲ ଖୋଲିବାର ପ୍ରଥମ ଦିନରୁ ପିଲାମାନଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯିବ

ରାଜ୍ୟରେ ଆସନ୍ତା ୧୮ ତାରିଖରୁ ସ୍କୁଲ ଖୋଲିବାର ପ୍ରଥମ ଦିନରୁ ପିଲାମାନଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ଅବଗତ କରାଯାଇଛି । ସୂଚନାଯୋଗ୍ୟ, ପ୍ରାଥମିକ ଓ ଉଚ୍ଚପ୍ରାଥମିକ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କୁ ପ୍ରଧାନମନ୍ତ୍ରୀ ପୋଷଣ କାର୍ଯ୍ୟକ୍ରମରେ ମଧ୍ୟାହ୍ନ ଭୋଜନ ଦିଆଯାଉଛି ।

ଅନ୍ୟପଟେ ବିଦ୍ୟାଳୟ ଗୁଡ଼ିକ ଖୋଲିବା ପୂର୍ବରୁ ସ୍ୱଚ୍ଛତା ସୁନିଶ୍ଚିତ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି । ଆସନ୍ତା ୧୮ ତାରିଖରେ ସ୍କୁଲ୍‍ ଖୋଲୁଥିବାରୁ ଏହାର ଏକସପ୍ତାହ ପୂର୍ବରୁ ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚମାଧ୍ୟମିକ, ଉଚ୍ଚପ୍ରାଥମିକ ଓ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକର ଶ୍ରେଣୀଗୃହ ଓ ପରିସରକୁ ସଫା କରିବା ସହ ଆସବାବପତ୍ର ଓ ପାଣିଟାଙ୍କି ସଫା କରିବା ଉପରେ ବିଭାଗ ଗୁରୁତ୍ୱ ପ୍ରଦାନ କରିଛି ।

ସେହିଭଳି ଛାତ୍ରଛାତ୍ରୀଙ୍କ ମଧ୍ୟାହ୍ନ ଭୋଜନ ନିମନ୍ତେ ରୋଷେଇଘର ଓ ଅନ୍ୟାନ୍ୟ ଆନୁସଙ୍ଗିକ ବ୍ୟବସ୍ଥା କରିବା ଲାଗି ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଏହି କାର୍ଯ୍ୟ ସୁନିଶ୍ଚିତ କରିବା ଲାଗି ବିଦ୍ୟାଳୟ ଖୋଲିବାର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‍ ୧୭ତାରିଖରେ ସମସ୍ତ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ବିଦ୍ୟାଳୟ ଆସିବା ନେଇ ବାଧ୍ୟତାମୂଳକ କରାଯାଇଛି ।

Related Articles

Back to top button