
ରାଜ୍ୟ ସରକାର ଆଜି ସବୁ ବର୍ଗର ଶ୍ରମିକଙ୍କ ପାଇଁ ସର୍ବନିମ୍ନ ମଜୁରୀ ବୃଦ୍ଧି କରିଛନ୍ତି ।
ରାଜ୍ୟ ସରକାର ଆଜି ସବୁ ବର୍ଗର ଶ୍ରମିକଙ୍କ ପାଇଁ ସର୍ବନିମ୍ନ ମଜୁରୀ ବୃଦ୍ଧି କରିଛନ୍ତି । ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀରେ ବୃଦ୍ଧି ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ସଂପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଘୋଷଣା କରିଛନ୍ତି ।ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶ୍ରମିକ ମାନଙ୍କ ପାଇଁ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ଅଣକୁଶଳୀ ଶ୍ରମିକ ମାନଙ୍କର ସର୍ବନିମ୍ନ ଦୈନିକ ମଜୁରୀ ୪୫୨ ଟଙ୍କାରୁ ୪୬୨ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ଅର୍ଦ୍ଧକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୫୦୨ ଟଙ୍କାରୁ ୫୧୨ ଟଙ୍କା, କୁଶଳୀ ଶ୍ରମିକ ମାନଙ୍କ ଦୈନିକ ମଜୁରୀ ୫୫୨ ଟଙ୍କାରୁ ୫୬୨ ଟଙ୍କା ଏବଂ ଉଚ୍ଚ-କୁଶଳୀ ଶ୍ରମିକ ମାନଙ୍କର ସର୍ବନିମ୍ନ ଦୈନିକ ମଜୁରୀ ୬୦୨ ଟଙ୍କାରୁ ୬୧୨ ଟଙ୍କାକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ମଜୁରୀ ପିଛିଲା ଭାବେ ଏପ୍ରିଲ ପହିଲା ଠାରୁ ଲାଗୁ ହେବ।