ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି

ଆଗାମୀ ୨୪ ଘଣ୍ଟା ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା। କାରଣ ଆସୁଛି ଲଘୁଚାପ। ତେବେ ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱର୍ଣିଂ ଜାରି ହୋଇଛି। ଆସନ୍ତା ୨୭ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଦେଲା ପାଣିପାଗ ବିଭାଗ। ସଅଳ ମୌସୁମୀ ଆସିବାକୁ ସହାୟକ ହେବ ଲଘୁଚାପ । ତେବେ ଲଘୁଚାପ ସୃଷ୍ଟି ହେବାର ୨ ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।  ତେବେ ଆସନ୍ତା ୭ ଦିନ ଯାଏ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ଜାରି ରହିବ। ଲଘୁଚାପ ପ୍ରଭାବରେ ଦୁଇଦିନ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସହ ଦକ୍ଷିଣ ଓଡ଼ିଶାର କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବ। ବିଜୁଳି ଘଡ ଘଡି ସହ ବର୍ଷା ସମ୍ଭାବନା ସହ ଝଡି ପବନ ବହିବାର ସମ୍ଭାବନା ମଧ୍ୟ ରହିଛି। ତେଣୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କତା ଜାରି କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Related Articles

Back to top button