ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେଲେ ମୋହନ ଚରଣ ମାଝୀ ।

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେଲେ ମୋହନ ଚରଣ ମାଝୀ । କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଧାୟକ ଦଳ ବୈଠକ ପରେ ମୋହନ ଚରଣ ମାଝୀଙ୍କ ନାଁ ଘୋଷଣା କରାଯାଇଛି । ଏହି ଅବସରରେ ୩ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ବିନୀ ବୈଷ୍ଣବ ଓ ଜୁଏଲ ଓରାମଙ୍କ ସହ ନବନିର୍ବାଚିତ ସାଂସଦମାନେ ବୈଠକରେ ଉପସ୍ଥିତ ଥିଲେ । ବୈଠକରେ ଦୁଇ କେନ୍ଦ୍ର ପର୍ଯ୍ୟବେକ୍ଷକ ରାଜନାଥ ସିଂହ, ଭୁପେନ୍ଦ୍ର ଯାଦବ ମଧ୍ୟ ଉପସ୍ଥିତ ଥିଲେ । ପୂର୍ବରୁ ଅନେକଙ୍କ ନାଁ ମୁଖ୍ୟମନ୍ତ୍ରୀ ଦୌଡରେ ସାମିଲ ଥିଲା । ତେବେ ଆଜି ଏହା ସ୍ପଷ୍ଟ ହେବା ପରେ ରାଜ୍ୟବାସୀ ନିଜ ନୂଆ ମୁଖ୍ୟମନ୍ତ୍ରୀ ପାଇଛନ୍ତି । ସମସ୍ତଙ୍କ ଉପସ୍ଥିତିରେ ମୋହନ ଚରଣ ମାଝୀଙ୍କୁ ନୂଆ ମୁଖ୍ୟମନ୍ତ୍ରୀ ଭାବେ ମନୋନୟନ କରାଯାଇଛି । ବୈଠକରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ମୋହନ ଚରଣ ମାଝୀଙ୍କ ନାଁ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନାଁ ସହ ପାଟଣାଗଡ ବିଧାୟକ କନକ ବର୍ଦ୍ଧନ ସିଂହଦେଓ ଓ ନିମାପଡା ବିଧାୟକା ପ୍ରଭାତୀ ପରିଡାଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରାଯାଇଛି ।

Related Articles

Back to top button