ଶ୍ରୀମନ୍ଦିରରେ ନନ୍ଦୋତ୍ସବ: ସନ୍ଧ୍ୟା ଆଳତୀ ପରେ ହେବ ସ୍ୱତନ୍ତ୍ର ନୀତି

ପୁରୀ: ଗତକାଲି ପ୍ରଭୁ ଶ୍ରୀକୃଷ୍ଣ ଧରାବତାରଣ କରିବା ପରେ ଶ୍ରୀମନ୍ଦିରରେ ଆଜି ନନ୍ଦୋତ୍ସବ ନୀତି ପାଳିତ ହେବ । ସନ୍ଧ୍ୟା ଆଳତୀ ସରିବା ପରେ ମହାଜନ ସେବାୟତମାନେ ରାମକୃଷ୍ଣ ଓ ଦକ୍ଷିଣଘରୁ ମଦନମୋହନଙ୍କୁ ଜଗମୋହନ ଦୋଳିରେ ବିଜେ କରାଇବେ ।

ମଇଲମ ଓ ଅନ୍ୟାନ୍ୟ ନୀତି ସରିବା ପରେ ପ୍ରଭୁ ଶ୍ରୀଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ନିକଟରେ ଷଠି ଓ ମାର୍କଣ୍ଡି ପୂଜା ହେବ। ମଙ୍ଗଳାର୍ପଣ ଓ ବନ୍ଦାପନା ନୀତି ପରେ ଭଣ୍ଡାରଘରୁ ଦେବୀ ଦୁର୍ଗାଙ୍କୁ ପତିମହାପାତ୍ର ବିଜେ କରାଇ ଆଣି ଦୋଳିରେ ବସିଥିବା ରାମକୃଷ୍ଣ ଏବଂ ମଦନମୋହନଙ୍କୁ ଓହ୍ଲାଇ ଆଣି ଖଟ ଉପରେ ବିଜେ କରାଇବେ ।

ଭିତରଚ୍ଛ ମହାପାତ୍ର ନନ୍ଦରାଜା ରୂପରେ ଶ୍ରୀନହରକୁ ଯାଇ ଫେରିବା ପରେ ସ୍ନାନମଣ୍ଡପ ଉପରେ ବସିବେ । ଭରତିଆ ଗୌଡ଼ ପୁତ୍ର ଜନ୍ମ ହେବା ଖବର ନନ୍ଦରାଜାଙ୍କୁ ଦେବାର ପରମ୍ପରା ରହିଛି ।

Related Articles

Back to top button