ରୋମରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ନବୀନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶ୍ୱର ସର୍ବପୁରାତନ ସହର ରୋମରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ମଙ୍ଗଳବାର ନବୀନ ରୋମର ପିଆଜା ଗାନ୍ଧୀଠାରେ ଥିବା ମହାତ୍ମାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ତାଙ୍କର ରୋମ ଗସ୍ତ ଆରମ୍ଭ କରିଛନ୍ତି । ଶାସନ ଓ ପ୍ରଶାସନରେ ଗାନ୍ଧିବାଦକୁ ସର୍ବାଧିକ ଗୁରୁତ୍ୱ ଦେଉଥିବା ନବୀନ ୨୦୧୮ରୁ ସମ୍ବିଧାନର ମୁଖବନ୍ଧରେ ମହାତ୍ମାଙ୍କ ଅହିଂସାକୁ ସ୍ଥାନିତ କରିବାକୁ ପ୍ରସ୍ତାବ ଦେଇଛନ୍ତି ।

ତେବେ ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀ ପାଳନ ପାଇଁ ପ୍ରଥମ କମିଟି ବୈଠକରେ ମୁଖ୍ୟମନ୍ତ୍ରୀ ଏହି ପ୍ରସ୍ତାବ ଦେଇଥିଲେ । ଏହା ଜାତିର ପିତାଙ୍କ ପ୍ରତି ତାଙ୍କ ୧୫୦ ତମ ଜୟନ୍ତୀରେ ଶ୍ରେଷ୍ଠ ସମ୍ମାନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସେ ସମୟରେ ମଧ୍ୟ ମୁଖ୍ୟମନ୍ତ୍ରୀ ମହାତ୍ମାଙ୍କ ଉକ୍ତିକୁ ଆଧାର କରି ଶାନ୍ତି ବିନା ପ୍ରଗତି ସମ୍ଭବ ନୁହେଁ ବୋଲି କହିଥିଲେ ।

Related Articles

Back to top button