ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ନବୀନ

ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଗାମୀ ରାଷ୍ଟ୍ରପତି ନିର୍ବାଚନ ପାଇଁ ଶୁଭେଚ୍ଛା ଜଣାଇଲେ। ଦ୍ରୌପଦୀଙ୍କ ପ୍ରାର୍ଥୀତ୍ବ ରାଜ୍ୟବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ ବୋଲି କହିଲେ। ଓଡ଼ିଶାର ସବୁ ଭୋଟ ତାଙ୍କୁ ମିଳିବା ପାଇଁ ଆମେ କାର୍ଯ୍ୟ ଜାରି ରଖିବୁ। ଓଡ଼ିଶାର ସମସ୍ତ ଭୋଟ ଦ୍ରୌପଦୀଙ୍କୁ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକଟ କରିଛନ୍ତି।

ପୂର୍ବରୁ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ବିଜେଡି ସମର୍ଥନ ଜଣାଇଛି । ଦଳମତ ନିର୍ବିଶେଷରେ ଓଡ଼ିଶା ମାଟିର ଓଡ଼ିଆ ଝିଅକୁ ସମର୍ଥନ କରିବାକୁ ବିଧାନସଭାର ସବୁ ସଦସ୍ୟଙ୍କୁ ଅପିଲ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Related Articles

Back to top button