ଦାୟିତ୍ୱ ନେଲେ ନୂଆ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା

ଭୁବନେଶ୍ୱର: ବରିଷ୍ଠ ଆଇଏଏସ୍‌ ଅଫିସର ପ୍ରଦୀପ କୁମାର ଜେନା ବୁଧବାର ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ମଙ୍ଗଳବାର ଶେଷ ହେବା ପରେ ଶ୍ରୀ ଜେନା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ସେ ଉନ୍ନୟନ କମିଶନର ଓ ସ୍ବତନ୍ତ୍ର ରିଲିଫ କମିଶନର ଭାବେ କାର୍ଯ୍ୟ କରୁଥିଲେ। ତାଙ୍କ ସ୍ଥାନରେ ଜଳ ସମ୍ପଦ ବିଭାଗ ଅତିରିକ୍ତ ଶାସନ ସଚିବ ଅନୁ ଗର୍ଗ ଆଜି ନୂଆ ଉନ୍ନୟନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।

Related Articles

Back to top button