ରାଜ୍ୟରେ ଘୋଷଣା ହେଲା ନୂତନ ଏନଏସି ଓ ମ୍ୟୁନିସିପାଲିଟି

ରାଜ୍ୟରେ ଆଉ ୩୪ ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ସହ ୫ ଏନ୍‌‌ଏସିକୁ ମ୍ୟୁନିସିପାଲଟି ଭାବେ ଉନ୍ନୀତ କରାଯିବାକୁ ଶନିବାର ନିଷ୍ପତ୍ତି ନିଆଯାଇଛି । ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି, ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ।

ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡିକ ହେଲା – ଅନୁଗୋଳ ଜିଲ୍ଲାର ପାଲଲହଡା ଓ ଛେଣ୍ଡିପଦା, ବାଲେଶ୍ୱର ଜିଲ୍ଲାର ବସ୍ତା ଓ ସିମୁଳିଆ, ବରଗଡ ଜିଲ୍ଲାର ପାଇକମାଳ ଓ ଭେଡେନ, ଭଦ୍ରକ ଜିଲ୍ଲାର ଅଗରପଡା, ବଲାଙ୍ଗିର ଜିଲ୍ଲାର ବେଲପଡା ଓ ସଂଇତଳା, ଯାଜପୁର ଜିଲ୍ଲାର ବିଞ୍ଝାରପୁର, ପାଣିକୋଇଲି, ଜାରକା ଓ ଚଣ୍ଡିଖୋଲ, କଳହାଣ୍ଡି ଜିଲ୍ଲାର ଜୟପାଟଣା, କନ୍ଧମାଳ ଜିଲ୍ଲାର ରାଇକିଆ, କୋରାପୁଟ ଜିଲ୍ଲାର ବୋରିଗୁମା, ନୂଆପଡା ଜିଲ୍ଲାର ସିନାପାଲି, ରାୟଗଡ ଜିଲ୍ଲାର ଚାନ୍ଦିଲି, ମୁନିଗୁଡା ଓ ବିଷମକଟକ, ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି, ସୁନ୍ଦରଗଡ ଜିଲ୍ଲାର ବଣେଇ, ଗଞ୍ଜାମ ଜିଲ୍ଲାର ଶେରଗଡ ଓ କୁକୁଡାଖଣ୍ଡି, ନୟାଗଡ ଜିଲ୍ଲାର କଣ୍ଟିଲୋ, ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଓ ବେଗୁନିଆ, କଟକ ଜିଲ୍ଲାର ସାଲେପୁର, ବଡମ୍ବା, ନରସିଂହପୁର ଓ ନିଆଳି, ମୟୁରଭଞ୍ଜ ଜିଲ୍ଲାର ବେତନଟି, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳ । ତବେ ବୌଦ୍ଧଗଡ, କରଞ୍ଜିଆ, କଣ୍ଟାବାଞ୍ଜି, ଛତ୍ରପୁର, ଆସ୍କା ଆଦିକୁ ମ୍ୟୁନିସିପାଲଟିରେ ପରିଣତ ପାଇଁ ଘୋଷଣା କରାଯାଇଛି ।

Related Articles

Back to top button