ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନୀତି ଆୟୋଗ ଉପାଧ୍ୟକ୍ଷ

ଭୁବନେଶ୍ୱର : ନୀତି ଆୟୋଗର ଉପାଧ୍ୟକ୍ଷ ସୁମନ କୁମାର ବେରୀ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଆସନ୍ତା ଅଗଷ୍ଟ ୭ ତାରିଖରେ ନୂଆଦିଲ୍ଲୀରେ ହେବାକୁ ଥିବା ସପ୍ତମ ପରିଚାଳନା ପରିଷଦ ବୈଠକ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ସୁମନ ବେରୀ ।

ଉପାଧ୍ୟକ୍ଷଙ୍କ ସହିତ ଓ ସଦସ୍ୟ ଡ. ବିନୋଦ କେ. ପାଉଲ ଓ ଆୟୋଗର ଅନ୍ୟ ଅଧିକାରୀମାନେ ଓଡ଼ିଶା ଗସ୍ତରେ ଆସିଛନ୍ତି ।

ଆୟୋଗର ଉପାଧ୍ୟକ୍ଷ ଓ ସଦସ୍ୟମାନେ ଆଜି ସକାଳେ ଭୁବନେଶ୍ୱରସ୍ଥ ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କରିଥିଲେ । ତାପରେ ସେମାନେ ମହିଳାମାନଙ୍କ ଦ୍ୱାରା ପରିଚାଳିତ ଏକ ଉଦ୍ୟୋଗ, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ୫-ଟି ରୂପାନ୍ତରିତ ହୋଇଥିବା ଉଚ୍ଚବିଦ୍ୟାଳୟ, ଅଙ୍ଗନବାଡ଼ି କେନ୍ଦ୍ର ଏବଂ ପିପିଲିଠାରେ ଥିବା ସୁସ୍ଥତା କେନ୍ଦ୍ର ଇତ୍ୟାଦି ସହ ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ କରାଯାଇଥିବା ବିକାଶମୂଳକ କାର୍ଯ୍ୟକ୍ରମଗୁଡ଼ିକୁ ନିରୀକ୍ଷଣ କରିଥିଲେ ।

ନୀତି ଆୟୋଗର ଉପାଧ୍ୟକ୍ଷ ଓଡ଼ିଶାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଏବଂ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନଙ୍କୁ ସହ ଲୋକସେବା ଭବନରେ ଏକ ବୈଠକ କରିଥିଲେ ।

Related Articles

Back to top button