ବିଏଡ୍ ନାମ ଲେଖା ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରିବା ପାଇଁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି

ବିଏଡ୍ ନାମ ଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏଥିପାଇଁ ଆବେଦନକାରୀମାନଙ୍କ ପାଇଁ ମାର୍ଚ୍ଚ ୨୪ ତାରିଖ ଠାରୁ କମନ୍ ଆପଲିକେସନ ଫର୍ମ (ସିଏଏଫ) ପୂରଣ ପ୍ରକିୟା ଆରମ୍ଭ ହେବ । ୨୦୨୫-୨୬ ଶିକ୍ଷା ବର୍ଷ ପାଇଁ ମଧ୍ୟ ବିଗତ ବର୍ଷ ପରି ଦୁଇ ବର୍ଷିଆ ବି.ଏଡ଼/ଏମ.ଏଡ଼/ ବି.ଏଚ୍.ଏଡ଼୍ ପାଠ୍ୟକ୍ରମରେ ନାମଲେଖା ଏବଂ ଚୟନ ପ୍ରକିୟା ଏଥିପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷାର ମାର୍କ ଆଧାରରେ ହିଁ କରାଯିବ ।

ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ୍ ମାସ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ । ଏଥିସହ ଶିକ୍ଷା ବର୍ଷ ୨୦୨୫-୨୬ରେ ଦୁଇ ବର୍ଷିଆ ବି. ଏଡ଼/ଏମ. ଏଡ଼/ ବି.ଏଚ. ଏଡ଼ ପାଠ୍ୟକ୍ରମକୁ ଆସନ୍ତା ୨୪ ଜୁଲାଇ, ୨୦୨୫ ତାରିଖ ସୁଦ୍ଧା ଆରମ୍ଭ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି। ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ସଠିକ ସମୟରେ ପାଠ୍ୟକ୍ରମ ଆରମ୍ଭ ହୋଇ ସଠିକ ସମୟରେ ପରୀକ୍ଷା କରାଯାଇ ଫଳାଫଳ ମଧ୍ୟ ଘୋଷଣା କରାଯାଇପାରିବ, ଯାହାଦ୍ୱାରା ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ।

Related Articles

Back to top button