ଯୁକ୍ତ ଦୁଇ ପରେ ବିଏଡ୍‌ କରି ପାରିବେ ଛାତ୍ରଛାତ୍ରୀ

ଉଚ୍ଚଶିକ୍ଷା ବିଭାଗର ବଡ ନିଷ୍ପତି। ଏଣିକି ଯୁକ୍ତ ଦୁଇ ପରେ ବିଏଡ୍‌ କରି ପାରିବେ ଛାତ୍ରଛାତ୍ରୀ। ୮ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ସହ ନିକଟସ୍ଥ ମହାବିଦ୍ୟାଳୟର ଏମ୍ ଓ ୟୁ ସ୍ବାକ୍ଷରିତ ହୋଇଛି । ଏସବୁ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ୫ ବର୍ଷ ବଦଳରେ ୪ ବର୍ଷର କୋର୍ସ ରହିବ ବୋଲି ନିଷ୍ପତ୍ତି ନେଇଛି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ । ITEP ନାଁରେ ନୂଆ କୋର୍ସ ରହିବ ।

ରାଜ୍ୟରେ ଥିବା ୧୬ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ଟି ଅନୁଷ୍ଠାନ ସହିତ ନିକଟସ୍ଥ ମହାବିଦ୍ୟାଳୟର ଚୁକ୍ତିପତ୍ର ଆଜି ସ୍ବାକ୍ଷରିତ ହୋଇଛି। ଯେଉଁଥିରେ ଗ୍ରାଜୁଏସନ୍ ନୁହେଁ ଯୁକ୍ତ ଦୁଇ ପରେ ହେବ ବିଏଡ୍‌ ପାଠପଢ଼ା। ଆସିବ ୪ ବର୍ଷର ନୂଆ ITEP (Intigreted teacher education programme ) କୋର୍ସ ନାଁରେ ନୂଆ କୋର୍ସ ରହିବ।

ଜାତୀୟ ଶିକ୍ଷାନୀତି ଲାଗୁ ହେବା ପରେ ଅନେକ ସୃଜନଶୀଳ କାର୍ଯ୍ୟକ୍ରମ ଉଚ୍ଚଶିକ୍ଷା ବିଭାଗ ନେଉଛି। ITEPସେ ଭିତରୁ ଅନ୍ୟତମ। ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ୫ ବର୍ଷ ବଦଳରେ ୪ ବର୍ଷରେ ଶିକ୍ଷକ ଶିକ୍ଷଣ କୋର୍ସ ଶେଷ କରିବା ପାଇଁ ଏଭଳି ନିଷ୍ପତି ନେଇଛି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ।

Related Articles

Back to top button