ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ରାଜ୍ୟ ସରକାର ଶନିବାର ବରିଷ୍ଠ ଓଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍‌ ଦୁର୍ଗାପ୍ରସାଦ ମହାପାତ୍ରଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଥିବା ବେଳେ ସେଠାରେ ଥିବା ପ୍ରତାପ କୁମାର ମିଶ୍ରଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ, ବିଭୂତି ଭୂଷଣ ମିଶ୍ରଙ୍କୁ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଅତିରିକ୍ତ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ଅନ୍ୟପକ୍ଷରେ ପ୍ରଦୀପ କୁମାର ନାୟକ-୨ଙ୍କୁ ବୋର୍ଡ ଅଫ୍‌ ରେଭିନ୍ୟୁଙ୍କ ଭୁବନେଶ୍ୱରସ୍ଥିତ ଅତିରିକ୍ତ ରିଭିଜିନାଲ କୋର୍ଟକୁ ଅତିରିକ୍ତ କମିଶନର ଭାବେ ବଦଳି ହୋଇଛି।

Related Articles

Back to top button