ଘଡଘଡି ବିଜୁଳି ସହ ଝଡ ବର୍ଷାରେ ଭିଜିବ ଉତ୍ତର ଆଭ୍ୟନ୍ତରୀଣ ଓଡିଶା : ୬ ଜିଲ୍ଲାକୁ ସତର୍କତା ଜାରି

ପଶ୍ଚିମାଝଡ ପ୍ରଭାବରେ ଭିଜିବ ଉତ୍ତର ଆଭ୍ୟନ୍ତରୀଣ ଓଡିଶା । ୧୯ ରୁ ୨୨ ତାରିଖ ଘଡଘଡି ସହ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଘଡଘଡି ବିଜୁଳି ସହ ଝଡ ବର୍ଷା ନେଇ କାଲି ପାଇଁ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା ଏବଂ ଯାଜପୁର ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

ସେହିପରି ୨୦ ତାରିଖରେ ବଜ୍ରପାତ ବର୍ଷା ନେଇ ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ୨୧ ତାରିଖରେ ମୟୁରଭଞ୍ଜ, ବାଲେଶ୍ବର ଏବଂ କେନ୍ଦୁଝରକୁ ସତର୍କତା ଜାରି କରାଯାଇଛି ।ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ଥିବା ବେଳେ ବାକି ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବଢିବ ତାପମାତ୍ରା । ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାତି ବଢିବ ବୋଲି ଆକଳନ କରାଯାଇଛି । ରାଜଧାନୀ ଭୁବନେଶ୍ବର ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଅଧିକ ରହିବ ବୋଲି ଆକଳନ କରାଯାଇଛି ।

Related Articles

Back to top button