୨୮ ତାରିଖରୁ ୨ ଦିନିଆ ବେଙ୍ଗାଲୁରୁ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଓଡିଶା ନିବେଶକ ସମ୍ମିଳନୀରେ ଉଦବୋଧନ ଦେବେ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୮ ତାରିଖରୁ ୨ ଦିନିଆ ବେଙ୍ଗାଲୁରୁ ଗସ୍ତରେ ଯିବେ । ଏହି ଗସ୍ତ କାଳରେ ମୁଖ୍ୟମନ୍ତ୍ରୀ ଉଦ୍ୟୋଗପତିମାନଙ୍କୁ ସିଧାସଳଖ ଭେଟିବେ । ଏହା ସହ ସେମାନଙ୍କୁ ମେକ ଇନ ଓଡ଼ିଶା କନକ୍ଲେଭ-୨୦୨୨ ପାଇଁ ଆମନ୍ତ୍ରଣ କରିବେ ।

ବେଙ୍ଗାଲୁରୁରେ  ନିବେଶକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେବେ । ବିଶେଷ କରି ଆଇଟି ଶିଳ୍ପ ଏବଂ ଅଟୋମୋବାଇଲ କ୍ଷେତ୍ରରେ ରାଜ୍ୟରେ ଯେପରି ଅଧିକ ପୁଞ୍ଜିନିବେଶ ହୋଇପାରିବ, ସେ ନେଇ ଆଲୋଚନା କରିବେ । ଏହା ବ୍ୟତୀତ ଖାଦ୍ୟ ପ୍ରକ୍ରିୟାକରଣ, ମେଟାଲ ଅଣ୍ଡ ମେଟାଲ ଡାଉନଷ୍ଟ୍ରିମ୍, ଲଜିଷ୍ଟିକ୍, ପ୍ଲାଷ୍ଟିକ, କେମିକାଲ କ୍ଷେତ୍ରରେ ନିବେଶ ନେଇ ଶିଳ୍ପପତିଙ୍କ ସହ ଆଲୋଚନା କରାଯିବ । ମୁଖ୍ୟମନ୍ତ୍ରୀଙ୍କ ସମେତ ଶିଳ୍ପ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଶିଳ୍ପ ସଚିବଙ୍କ ସମେତ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ ମଧ୍ୟ ବେଙ୍ଗାଲୁରୁ ଗସ୍ତ କରିବେ ।

Related Articles

Back to top button