ବାହାନଗା ଟ୍ରେନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା
ବାଲେଶ୍ଵର: ବାହାନଗା ଟ୍ରେନ୍ ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଘୋଷଣା । ଟ୍ରେନ୍ ଟ୍ରାଜେଡିରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରାଯାଇଥିବା ବେଳେ ଗୁରୁତରଙ୍କ ପାଇଁ ୧ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି ।
କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୧୦ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଗୁରୁତରଙ୍କୁ ୨ଲକ୍ଷ ଟଙ୍କା ଓ ସାମାନ୍ୟ ଆହତଙ୍କୁ ୫୦ହଜାର ଟଙ୍କା ସହାୟତା ମିଳିବ ବୋଲି ସୂଚନା ଦେଇଛନ୍ତି ।
ସେହିପରି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିଜ ରାଜ୍ୟର ମୃତକ ପାଇଁ ୫ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି। ତାମିନନାଡୁ ମୁଖ୍ୟମନ୍ତ୍ରୀ ଏମ୍. କେ ଷ୍ଟାଲିନ ମଧ୍ୟ ମୃତାହତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି।