ଶପଥ ନେଲେ ଓଡିଶାର ନୂତନ ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ

ଶପଥ ନେଲେ ଓଡିଶାର ନୂତନ ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ ।ମୋହନ ଚରଣ ମାଝୀ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ହଜାର ହଜାର ଲୋକଙ୍କ ଉପସ୍ଥିତିରେ ରାଜ୍ୟପାଳ ରଘୁବର ଦାସଙ୍କ ଠାରୁ ମୁଖ୍ଯମନ୍ତ୍ରୀ ପଦ ଓ ଗୋପନୀୟତାର ସହିତ ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପରେ ରାଜ୍ୟର ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ ଭାବେ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ଶପଥ ଗ୍ରହଣ କରିଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ୍‌ ମାଝୀଙ୍କ ଶପଥ ଗ୍ରହଣ ସମାରୋହରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହ, ରାଜନାଥ ସିଂହ, ଜଗତ ପ୍ରକାଶ ନଡ୍ଡା, ନିତିନ ଗଡ଼କରୀ, ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଅଶ୍ବିନୀ ବୈଷ୍ଣବ, ଓଡ଼ିଶାରୁ ନବନିର୍ବାଚିତ ସାଂସଦ ଏବଂ ବିଧାୟକ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାୟ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଉପସ୍ଥିତ ରହିଥିଲେ ।

Related Articles

Back to top button