ଜୁନ୍ ୪ରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା

ପୁରୀ : ଜୁନ୍ ୪ରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଏହାକୁ ନଜରରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ଶୃଙ୍ଖଳିତ ଦର୍ଶନ ଓ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଉଛି ।

ଶୁକ୍ରବାର ପୁରୀ ଏସପି ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିବା ବେଳେ ସୁରକ୍ଷା ବ୍ୟବସ୍ଥା ନେଇ ଅନୁଧ୍ୟାନ କରିଛନ୍ତି । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ଦାୟିତ୍ବରେ ରହିବେ ୭୦ ପ୍ଲାଟୁନ ପୋଲିସ ଫୋର୍ସ । ଏଥିସହ ୨୦ଜଣ ଅତିରିକ୍ତ ଏସପି ରାଙ୍କର ଦକ୍ଷ ଅଧିକାରୀ, ୯୦ ଜଣ ବରିଷ୍ଠ ଅଧିକାରୀ ମଧ୍ୟ ଦାୟିତ୍ୱରେ ରହିବେ ।
ସୁରକ୍ଷା ବ୍ୟବସ୍ଥାକୁ ୫ ଭାଗରେ ବିଭକ୍ତ କରାଯାଇଥିବା ବେଳେ ମନ୍ଦିର ଭିତରେ ଓ ବାହାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସେହିପରି ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ମର୍ଚ୍ଚିକୋଟ ଛକଠାରୁ ବ୍ୟାରିକେଡ଼ ବ୍ୟବସ୍ଥା କରାଯିବ ବୋଲି ଏସପି କହିଛନ୍ତି ।

Related Articles

Back to top button