୧୭ ତାରିଖ ବେଳକୁ ସ୍ଥିତି ଅସମ୍ଭାଳ :ବିଭିନ୍ନ ସ୍ଥାନରେ ୪୫ ଡିଗ୍ରୀ ଡେଇଁପାରେ ତାପମାତ୍ରା

ପୁଣି କଲବଲ କରିବ ତାତି। ରାଜ୍ୟକୁ ପୁଣି ଧିରେ ଧିରେ ଫେରୁଛି ଗ୍ରୀଷ୍ମ ପ୍ରବାହ । ଆଜିଠାରୁ ରାଜ୍ୟରେ ତାପମାତ୍ରା ଆହୁରି ବଢିବ । ପରବର୍ତ୍ତୀ ୫ ଦିନରେ ତାପମାତ୍ରା ସ୍ବାଭାବିକଠାରୁ ୬ରୁ ୮ ଡିଗ୍ରୀ ଯାଏଁ ବୃଦ୍ଧି ପାଇବ । ଉପାନ୍ତଠାରୁ ଉପକୂଳ ସବୁଠି ପାରଦ ଉପରମୁହାଁ ହେବା ସହ ଦିନର ସର୍ବୋଚ୍ଚ ତାପମାତ୍ରା ୪୫ ଡିଗ୍ରୀ ଛୁଇଁବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ୫-୬ ଦିନର କୋହଲା ପାଗ ପରେ ରାଜ୍ୟରେ ଅନୁଭୁତ ହୋଇପାରେ ପ୍ରବଳ ଗରମ ସହ ଗୁଳୁଗୁଳି । କାଳବୈଶାଖୀ ଯୋଗୁଁ ବର୍ତ୍ତମାନ ପାଗ ଥଣ୍ଡା ରହିଥିବା ବେଳେ ୧୫ ତାରିଖରୁ ବିଭିନ୍ନ ସ୍ଥାନରେ ତାତି ୪୫ ଡିଗ୍ରୀ ଡେଇଁପାରେ । ୧୭ ତାରିଖ ବେଳକୁ ସ୍ଥିତି ଅସମ୍ଭାଳ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡିଶାରେ ୧୫ ଡିଗ୍ରୀ ଯାଏଁ ବଢିବ ପାରଦ । ଅଧିକାଂଶ ସହରର ତାପମାତ୍ରା ୪୩ ରୁ ୪୫ ଡିଗ୍ରୀ ଛୁଇଁବା ସମ୍ଭାବନା । ୧୭ ରୁ ୨୦ ତାରିଖ ପିକ୍ ସମୟ ରହିବ । ୧୧ଟାରୁ ଅପରାହ୍ନ ୩ଟା ପର‌୍ୟ୍ୟନ୍ତ ଖରା ସଂସ୍ପର୍ଶରେ ନ ଆସିବାକୁ ପରାମର୍ଶ ଦିଆଯାଇଛି । ଉଷ୍ମ ଏବଂ ଆର୍ଦ୍ର ପାଣିପାଗ ପାଇଁ କଟକ, ଖୋର୍ଦ୍ଧା, ନୟାଗଡ, ଅନୁଗୁଳ ଏବଂ ବୌଦ୍ଧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିଭଳି ୧୫ ତାରିଖରେ ଉପକୂଳ ସହ ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ନେଇ ସତର୍କତା ଜାରି କରାଯାଇଛି । ୧୬ ତାରିଖରେ ଭଦ୍ରକ, ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, କଟକ, ଯାଜପୁର, ନୟାଗଡ, ବୌଦ୍ଧ, କନ୍ଧମାଳ, କୋରାପୁଟ ଏବଂ ମାଲକାନଗିରିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି

Related Articles

Back to top button