
୩୧ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣିବଳୟ ସୃଷ୍ଟି ହେବା ସମ୍ଭାବନା
ପୁଣି ସୃଷ୍ଟି ହେବ ଏକ ଘୂର୍ଣ୍ଣିବଳୟ। ୩୧ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣିବଳୟ ହେବାର ସମ୍ଭାବନା ଅଛି। ଏହାର ପ୍ରଭାବରେ ୩ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷାର ଆଶଙ୍କା କରି ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ସେହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ଵର, ଭଦ୍ରକ, ମୟୂରଭଂଜ, କେଉଁଝର, ସୁନ୍ଦରଗଡ଼ ଏବଂ ଯାଜପୁର। ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷିବ। ୩୧ ତାରିଖରେ ୧୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି।