ମହାପ୍ରଭୁଙ୍କ ଭଉଁରୀ ଯାତ୍ରା ଅବସରରେ ତିନି ରଥର ଚକ ଅଖ ଡେରା ନୀତି ସମ୍ପନ୍ନ

ଆଜି ମହାପ୍ରଭୁଙ୍କ ଭଉଁରୀ ଯାତ୍ରା ଅବସରରେ ଶ୍ରୀକ୍ଷେତ୍ରରେ ତିନି ରଥର ଚକ ଅଖ ଡେରା ନୀତି ସମ୍ପନ୍ନ ହୋଇଛି । ସକାଳ ଧୂପ ପରେ ଶ୍ରୀମନ୍ଦିରରୁ ପୂଜାପଣ୍ଡା ସେବକ ମାନେ ଶ୍ରୀଜୀଉଙ୍କ ଆଜ୍ଞାମାଳ ଧରି ରଥ ଖଳାକୁ ବିଜେ କରିବା ପରେ ତିନି ରଥର ଦୁଇଟି ଲେଖାଏଁ ଚକ ସହ ଗୋଟିଏ ଲେଖାଏଁ ଅଖ ସଂଯୋଗ ହୋଇଛି । ଆଜି ଏହି ଚକ ଅଖ ଡେରା ନୀତି ଶେଷ ପରେ ରଥ ନିର୍ମାଣର ଅନ୍ୟାନ୍ୟ କାର୍ଯ୍ୟ ଆରମ୍ଭ ହୋଇଛି ।

ସେପଟେ ଆଜି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ଅନ୍ତିମ ଦିନ ଅର୍ଥାତ ଭଉଁରୀ ଯାତ୍ରାରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଭୂଦେବୀ, ଶ୍ରୀଦେବୀ, ରାମକୃଷ୍ଣ ଓ ମଦନମୋହନଙ୍କ ପଞ୍ଚ ମହାଦେବ ନରେନ୍ଦ୍ର ପୁଷ୍କରିଣୀରେ ୨୧ ଘେରା ଜଳକ୍ରୀଡା କରିବେ । ଆଜି ଅପରାହ୍ନ ରେ ଏକ ବିରାଟ ଶୋଭାଯାତ୍ରାରେ ଶ୍ରୀମନ୍ଦିରରୁ ମହାପ୍ରଭୁ ମଣିବିମାନରେ ବାହାରି ନରେନ୍ଦ୍ର ପୁଷ୍କରିଣୀ ଅଭିମୁଖେ ଯିବେ । ଭଉଁରୀ ଯାତ୍ରାରେ ଅତ୍ୟଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୁରୀ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

Related Articles

Back to top button