ଆଜି ସିଭିୟର ହିଟ୍ଓ୍ବେଭ୍ ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ୱର : ଜଳୁଛି ପଶ୍ଚିମ ଓଡ଼ିଶା, ପୁଣି ତାତିବ ଉପକୂଳ । ସ୍ବାଭାବିକଠାରୁ ୬ରୁ ୮ଡିଗ୍ରୀ ଉପରେ ରହିବ ପାରଦ। ସିଭିୟର ହିଟଓ୍ବେଭ ପାଇଁ ୫ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବି ତାତି ଜାରି ରହିବ । ୧୬ ତାରିଖରେ ୪୦ରୁ ୪୫ ଡିଗ୍ରୀ ମଧ୍ୟରେ ରହିବ ୯ ଜିଲ୍ଲାର ତାପମାତ୍ରା । ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପିକ୍ ଆଓ୍ବାର ଘୋଷଣା ।

ଉପକୂଳ ଓଡ଼ିଶାରେ ଘାତକ ସାଜିବ ତାତି ସହ ଉଚ୍ଚ ଆର୍ଦ୍ରତା । ତେବେ ଉପକୂଳ ଓଡ଼ିଶାକୁ ସାମାନ୍ୟ ଆଶ୍ବସ୍ତି ମିଳିଛି । ଆକାଶ ମେଘାଛନ୍ନ ରହିବା ସହ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ବର, ଭଦ୍ରକ, ଯାଜପୁର, ଗଞ୍ଜାମ ଏବଂ ଗଜପତିରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ବର୍ଷା ସମୟରେ ଘଣ୍ଟାପ୍ରତି ୪୦ରୁ ୫୦କିଲୋମିଟର ବେଗରେ ପବନ ବହିଛି ।

ଆସନ୍ତା ୫ଦିନ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଆଜି ସିଭିୟର ହିଟ୍ଓ୍ବେଭ୍ ପାଇଁ ଝାରସୁଗୁଡା, ସମ୍ବଲପୁର, ବରଗଡ, ସୋନପୁର ଏବଂ ସୁନ୍ଦରଗଡକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ବାଲେଶ୍ବର, ମୟୁରଭଞ୍ଜ ଏବଂ କେନ୍ଦୁଝରକୁ ୟେଲୋ ଆଲର୍ଟ ଜାରି ହୋଇଛି। ଆସନ୍ତାକାଲି ଭୀଷଣ ଗ୍ରୀଷ୍ମ ପ୍ରବାହ ପାଇଁ ୭ଜିଲ୍ଲାକୁ ଅରେଞ୍ଜ ଏବଂ ୫ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ତାତିର ସର୍ବାଧିକ ପ୍ରଭାବ ୧୬ ଏବଂ ୧୭ ତାରିଖରେ ପଡିବ ବୋଲି ଆକଳନ କରାଯାଇଛି। ଏଥିପାଇଁ ପଶ୍ଚିମ, ଉତ୍ତର ଏବଂ ଉପକୂଳ ଓଡ଼ିଶାର ୧୯ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି।

Related Articles

Back to top button