ଖରା ପାଇଁ ପଡିଆରେ ଖେଳ ବନ୍ଦ 

ତାତିରେ ଫୁଟୁଛି ସାରା ଓଡିଶା । ଗରମ ପବନ କଲବଲ ହେଉଛନ୍ତି ଓଡିଶାବାସୀ। ସାରା ରାଜ୍ୟରେ ପ୍ରଚଣ୍ଡ ତାତି ଜାରି ରହିଛି । ଟାଣ ଖରା ସାଙ୍ଗକୁ ଝାଞ୍ଜି ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରିସାରିଲାଣି । ଲାଗୁଛି ଯେମିତି ଆକାଶରୁ ନିଆଁ ବର୍ଷା ହେଉଛି । ସକାଳୁ ଘରୁ ବାହାରିବା ମୁସ୍କିଲ ହୋଇପଡ଼ିଛି । ତେଣୁ ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆଉଟ୍‌ଡୋର ଖେଳ ଉପରେ କଟକଣା ଲଗାଇଛନ୍ତି ରାଜ୍ୟ ସରକାର। ଏନେଇ କ୍ରୀଡା ବିଭାଗ ନିର୍ଦ୍ଦେଶକଙ୍କୁ ଚିଠି ଲେଖିଛନ୍ତି ଏସ୍‌ଆରସି। ଖରାରେ କ୍ରିକେଟ୍‌, ହକି, ଫୁଟବଲ ଆଦି ନ ଖେଳିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଖରାରେ ବିଭିନ୍ନ ଜାଗାରେ ଖେଳ ଚାଲୁଥିବା ଜଣାପଡିବା ପରେ ତାଗିଦ କରାଯାଇଛି। ଚିଠିରେ ଦିନ ୧୧ଟାରୁ ୩ଟାପର‌୍ୟ୍ୟନ୍ତ ବାହାରକୁ ନ ବାହାରିବାକୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ସେପଟେ ରାଜ୍ୟରେ ତାତି ବଢିବା ସହ ବଢୁଛି ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଅଂଶୁଘାତରେ ୮ ଜଣ ଅସୁସ୍ଥ ହେଲେଣି । ଚିକିତ୍ସା ନିମନ୍ତେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଅସୁସ୍ଥଙ୍କ ମଧ୍ୟରେ ଅନୁଗୁଳରୁ ୫ ଜଣ, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ ଭୁବନେଶ୍ୱରରୁ ଜଣେ ଲେଖାଏଁ ଅଛନ୍ତି। ଏଯାଏଁ ଅଂଶୁଘାତରେ କାହାରି ମୃତ୍ୟୁ ହୋଇନି ବୋଲି ସୂଚନା ଦେଇଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ।

Related Articles

Back to top button