ଓଡ଼ିଶାରେ କମିଲା ପେଟ୍ରୋଲ ଦର

ମାର୍ଚ୍ଚ ୮ ତାରିଖ ବା ଆଜି ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। ହେଲେ ସେପଟେ ଦେଶର ପ୍ରମୁଖ ସହରଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଲୋକମାନଙ୍କ ଚିନ୍ତା ବଢ଼ାଇ ଦେଇଛି। ଆସନ୍ତୁ ଜାଣିବା ଆସନ୍ତୁ ଜାଣିବା କେଉଁ ସହରରେ ମୂଲ୍ୟ କ’ଣ ରହିଛି…

ଦେଶର ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ମୂଲ୍ୟ(୧ ଲିଟର) ୯୬.୭୨ ରହିଥିବା ବେଳେ ଡିଜେଲ(୧ ଲିଟର) ୮୯.୬୨ ରହିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୬.୩୧ ରହିଥିବା ବେଳେ ଡିଜେଲ(୧ ଲିଟର) ୯୪.୨୭ ରହିଛି । ଅନ୍ୟପଟେ ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୨.୬୩ ରହିଥିବା ବେଳେ ଡିଜେଲ(୧ ଲିଟର) ୯୪.୨୪ ରହିଛି। କୋଲକାତାରେ ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୬.୦୩ ରହିଥିବା ବେଳେ ଡିଜେଲ(୧ ଲିଟର) ୯୨.୭୬ ରହିଛି। ଆଉ ସେପଟେ ଓଡ଼ିଶାରେ ଆଜି ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୩.୦୧ ରହିଛି ଯାହାକି ଗତ କାଲି ଅପେକ୍ଷା ୧୭ ପଇସା ହ୍ରାସ ଘଟିଥିବା ଦେଖିବାକୁ ମିଳିଛି। ସେହିପରି ଡିଜେଲ(୧ ଲିଟର)୯୪.୫୮ ରହିଛି।

Related Articles

Back to top button