
ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ତଥା ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ
ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ତଥା ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ। ମେ’ ୨୧ ଅପରାହ୍ଣ ୪ରେ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ସିଏଚଏସଇ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଏକସଙ୍ଗେ କଳା, ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇବ। ଏହାସହିତ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ। ଡିଜି ଲକର ସହ ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ। ଛାତ୍ରଛାତ୍ରୀମାନେ chseodisha.nic.in ୱେବସାଇଟ ମାଧ୍ୟମରେ ରେଜଲ୍ଟ ଦେଖିପାରିବେ।ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଆନୁକୁଲ୍ୟରେ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷାର ଫଳାଫଳ ତା ୨୧.୫.୨୦୨୫ ରିଖ ଅପରାହ୍ମ ୪ଟା ଘଟିକା ସମୟରେ ଭୁବନେଶ୍ବର ସ୍ଥିତ ପରିଷଦ କାର୍ଯ୍ୟାଳୟ ପରିସରରେ ପ୍ରକାଶ ପାଇବ ।