ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପୁରୀ: ରାଷ୍ଟପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସୁରକ୍ଷା ପ୍ରୋଟୋକଲ ଭାଙ୍ଗି ବଳଗଣ୍ଡି ଛକରୁ କାର୍‌ରୁ ଓହ୍ଲାଇ ବଡଦାଣ୍ଡରେ ଚାଲି ଚାଲି ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଆଶୀର୍ବାଦ ନେଇଛନ୍ତି।

୨ ଦିନିଆ ଓଡ଼ିଶା ଗସ୍ତରେ ଆସି ଆଜି ପୂର୍ବାହ୍ନ ୧୦ଟା୫୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ ରାଷ୍ଟ୍ରପତି। ପହଞ୍ଚିବା ପରେ ତାଙ୍କୁ ସ୍ବାଗତ କରାଯାଇ ସେଠାରୁ ସିଧାସଳଖ ହେଲିକପ୍ଟରରେ ପୁରୀ ଯାଇ ତାଳବଣିଆସ୍ଥିତ ହେଲିପ୍ୟାଡରେ ପୂର୍ବାହ୍ନ ୧୧ଟା୪୦ରେ ଅବତରଣ କରିଥିଲେ। ସେଠାରେ ତାଙ୍କୁ ଗାର୍ଡ ଅପ ଅନର ପ୍ରଦାନ କରାଯାଇଥିଲା। ଏହାପରେ ସେଠାରୁ ସେ ଶ୍ରୀମନ୍ଦିର ଅଭିମୁଖେ ଯାଇଥିଲେ।

Related Articles

Back to top button