ସମ୍ୱଲପୁରରେ IIMର ନୂଆ କ୍ୟାମ୍ପସ ଉଦଘାଟନ କରିଲେ ପ୍ରଧାନମନ୍ତ୍ରୀ

ଓଡିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଞ୍ଚିଥିଲେ । ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା । ଏହାପରେ ସେଠାରୁ ପ୍ରଧାନମନ୍ତ୍ରୀ ବାୟୁସେନାର ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ସମ୍ବଲପୁରରେ ପହଞ୍ଚିଥିଲେ । ସମ୍ୱଲପୁର ଯାଇ ସେଠାରେ ୪୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ IIMର ନୂଆ କ୍ୟାମ୍ପସ ଉଦଘାଟନ କରିଥିଲେ ପ୍ରଧାନମନ୍ତ୍ରୀ । ଏହା ସହ ୬୮ ହଜାର କୋଟି ବ୍ୟୟ ଅଟକଳରେ ପ୍ରାୟ ୧୮ଟି ପ୍ରକଳ୍ପର ଲୋକାର୍ପଣ ଏବଂ ଶିଳାନ୍ୟାସ କରିଛନ୍ତି ମୋଦୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ସ୍ଥାନୀୟ ସାଂସଦ, ବିଧାୟକ ଓ ଆଇଆଇଏମ୍ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ ।

Related Articles

Back to top button