ଡିସେମ୍ବର ଶେଷ ସୁଦ୍ଧା ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ଡିସେମ୍ବର ଶେଷ ସୁଦ୍ଧା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିପାରନ୍ତି ବୋଲି ସୂଚନା ମିଳିଛି । ମୋଦିଙ୍କ ଓଡ଼ିଶା ଗସ୍ତକୁ ନେଇ ବିଜେପି ନେତା ମୋହନ ମାଝୀ ସୂଚନା ଦେଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଉତ୍ସବମୁଖର ହୋଇପଡିବ ସାରା ଓଡ଼ିଶା । ଓଡ଼ିଶାକୁ ଆଉ ପାଦେ ସଫଳତା ମିଳିବ ବୋଲି ମଧ୍ୟ ସୂଚନା ରହିଛି । ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତ କରି ପଶ୍ଚିମ ଓଡ଼ିଶାର ଏକ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ମଧ୍ୟ ସୂଚନାଭୁକ୍ତ । ଗତ ନିର୍ବାଚନରେ ପଶ୍ଚିମ ଓଡ଼ିଶାରୁ ଅଧିକ ସଂଖ୍ୟକ ବିଜେପି ସାଂସଦ ନିର୍ବାଚିତ ହୋଇଥିଲେ । ତେଣୁ ସାଧାରଣ ନିର୍ବାଚନ ପୂର୍ବରୁ ମୋଦିଙ୍କ ପଶ୍ଚିମ ଓଡ଼ିଶା ଗସ୍ତକୁ ନେଇ ବିଜେପି ଶିବିର ବେଶ ଉତ୍ସାହିତ ।

Related Articles

Back to top button