ପ୍ରଫେସର ରାଜେନ୍ଦ୍ର ପ୍ରସାଦ ମହାନ୍ତିଙ୍କୁ ମିଳିଲା ଲାଲ ବାହାଦୂର ଶାସ୍ତ୍ରୀ ସମ୍ମାନ

ଭୁବନେଶ୍ୱର: ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ରାଜେନ୍ଦ୍ର ପ୍ରସାଦ ମହାନ୍ତିଙ୍କୁ ଗୁରୁବାର ନୂଆ ଦିଲ୍ଲୀ ଠାରେ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଲାଲ ବାହାଦୂର ଶାସ୍ତ୍ରୀ ସମ୍ମାନ ପ୍ରଦାନ କରାଯାଇଛି ।

ଏହି ସମ୍ମାନ ନୂଆଦିଲ୍ଲୀ ସ୍ଥିତ ଲାଲ ବାହାଦୂର ଶାସ୍ତ୍ରୀ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜମେଂଟ ପକ୍ଷରୁ ପ୍ରତିବର୍ଷ ଅନୁଷ୍ଠାନର ସ୍ଥାପନା ଦିବସ ଉତ୍ସବରେ ବିଶିଷ୍ଟ ଶିକ୍ଷାବିତ୍‌, ମ୍ୟାନେଜମେଂଟ ବିଶାରଦ ଓ ବ୍ୟବସାୟ କ୍ଷେତ୍ରରେ ଖ୍ୟାତି ଲାଭ କରିଥିବା ବ୍ୟକ୍ତିଙ୍କୁ ପ୍ରଦାନ କରାଯାଇଥାଏ । ଲାଲ ବାହାଦୂର ଶାସ୍ତ୍ରୀ ଫାଉଣ୍ଡେସନ୍‌ର ଅଧ୍ୟକ୍ଷ ଅନୀଲ ଶାସ୍ତ୍ରୀ ପ୍ରଫେସର ମହାନ୍ତିଙ୍କୁ ଏହି ସମ୍ମାନରେ ଭୂଷିତ କରିଥିଲେ ।

Related Articles

Back to top button