ଶ୍ରୀମନ୍ଦିରରେ ଆଜି ସନ୍ଧ୍ୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସନ୍ଧ୍ୟା ୬ ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ପ୍ରାକୃତିକ ପ୍ରଣାଳୀରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।

Related Articles

Back to top button