
ଓଡ଼ିଶାରେ ରାହୁଲ ଗାନ୍ଧୀ: ଆସି ବୀରମିତ୍ରପୁରରେ ପହଞ୍ଚିଲେ
ଓଡ଼ିଶାରେ ପହଞ୍ଚିଲେ ରାହୁଲ ଗାନ୍ଧି । ଓଡ଼ିଶାରେ ପହଞ୍ଚିଲା ରାହୁଲ ଗାନ୍ଧିଙ୍କ ଭାରତ ଯୋଡ଼ ନ୍ୟାୟ ଯାତ୍ରା । ଝାଡ଼ଖଣ୍ଡରୁ ଆସି ବୀରମିତ୍ରପୁରରେ ପହଞ୍ଚିଲେ ରାହୁଲ ଗାନ୍ଧି । ବୀରମିତ୍ରପୁରରେ ସ୍ୱାଗତ ଜଣାଇଲେ ରାଜ୍ୟ କଂଗ୍ରେସ ନେତା।ମୋଦି ସରକାରଙ୍କ ବିରୋଧରେ ଲଢ଼େଇ କରି ଗରିବ ଜନସାଧାରଣଙ୍କୁ ନ୍ୟାୟ ପ୍ରଦାନ ପାଇଁ ଗତ ୧୪ ତାରିଖରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଣିପୁରରୁ ୨ୟ ପର୍ଯ୍ୟାୟ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଆରମ୍ଭ କରିଛନ୍ତି। ଏହି ଯାତ୍ରା ଝାଡ଼ଖଣ୍ଡ ଅତିକ୍ରମ କରି ମଙ୍ଗଳବାର ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛି। ଏହି ଅବସରରେ ଦଳୀୟ ନେତୃବୃନ୍ଦ ରାହୁଲ ଗାନ୍ଧୀଙ୍କୁ ଭବ୍ୟ ସ୍ବାଗତ କରିଛନ୍ତି।
ଏହି ଅବସରରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ, ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା, ବିଧାୟକ ତାରା ପ୍ରସାଦ ବାହିନୀପତି, କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କ ସମେତ ବହୁ ନେତୃବୃନ୍ଦ ଓ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।