ଘୂର୍ଣ୍ଣିବଳୟ ପ୍ରଭାବରେ ଦୁଇଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଠାରୁ ଦୁଇଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ୨୦ ଓ ୨୧ ତାରିଖରେ ଉପକୂଳ ଓ ପଶ୍ଚିମ ଓଡ଼ିଶା କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ ସୂଚନା ଦେଇଛି ।

ଉତ୍ତର ଓଡ଼ିଶାର ବାରିପଦା ଏବଂ ବାଲେଶ୍ବର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ପାଣି ପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Related Articles

Back to top button