ଆଉ ୫ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶାରୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଓ ତତ୍‌ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ମୌସୁମୀ ଟ୍ରପ୍‌ ଲାଇନ ବର୍ତ୍ତମାନ ଉକ୍ତ ଘୂର୍ଣ୍ଣିବଳୟ ଦେଇ ଗତି କରୁଛି। ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ମେଘୁଆ ରହିବା ସହ ଅପରାହ୍ନ କିମ୍ବା ସନ୍ଧ୍ୟାରେ ସହରର କିଛି ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ସହ ବଜ୍ରପାତ ଏବଂ କଟକର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।

Related Articles

Back to top button