୧୭ ଓ ୧୮ ତାରିଖରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ୟରେ ଏବେ ଶୀତ କମ୍‌ ରହିଥିବା ବେଳେ ଶନିବାର ମଧ୍ୟରାତି ଓ ରବିବାର ସକାଳୁ ଘନ କୁହୁଡ଼ି ଦେଖିବାକୁ ମିଳିଥିଲା। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ଶୀତ ସମ୍ଭାବନା ନାହିଁ କିମ୍ବା ତାପମାତ୍ରାରେ କୌଣସି ପରିବର୍ତ୍ତନ ଦେଖାଯିବ ନାହିଁ।

ଉପକୂଳ ଓଡ଼ିଶା ଯଥା, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାରେ ଆସନ୍ତାକାଲି ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିବ। ୧୭ ତାରିଖ ଆଡ଼କୁ ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର ଆଦି ଜିଲ୍ଲା‌ରେ ୧୭ ତାରିଖ ଦିନ ହାଲୁକା ବର୍ଷା ହେବ। ସେହିଭଳି ୧୮ ତାରିଖ ଦିନ ମଧ୍ୟ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁର ଆଦି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି।

Related Articles

Back to top button