
୨୩ ତାରିଖ ଯାଏଁ ରାଜ୍ୟର ଅନେକ ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷାର ସମ୍ଭାବନା
ରାଜ୍ୟରେ ଆସନ୍ତା ୪ ଦିନ ଯାଏଁ କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି। ୨୩ ତାରିଖ ଯାଏଁ ରାଜ୍ୟର ଅନେକ ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ସୋମବାର ପାଇଁ ୧୫ ଜିଲା ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡା, ଗଜପତି, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ବଲାଙ୍ଗୀର ଓ ନୂଆପଡାକୁ ବର୍ଷା, ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ୨୦ ତାରିଖ ପାଇଁ ୯ ଜିଲା ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି ଓ ଗଞ୍ଜାମରେ ଘଡଘଡି ସହ ବର୍ଷା ହୋଇପାରେ । ୨୧ରେ ୧୬ ଜିଲାରେ ଓ ୨୨,୨୩ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡିଶାର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।