ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି : ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ଆଗାମୀ ୨ ଦିନ ଯାଏଁ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଫଳରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ଉତ୍ତର ଓଡିଶା, ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ ଦେଇ ଗତିକରିବା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଲଘୁଚାପ ପ୍ରଭାବରେ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ସମ୍ବଲପୁର, ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଓ ଗଜପତିରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ଅରେଞ୍ଜ ଏବଂ ୩ ଜିଳ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି ।

Related Articles

Back to top button