୨୪ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା :ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ରାଜ୍ୟରେ ଜାରି ରହିବ ବର୍ଷା। ଜୁନ୍‌ ୨୪ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର ସୂଚନା ମିଳିଛି । ଆଜି ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ ଏବଂ କେନ୍ଦୁଝରରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଯୋଗୁଁ ରାଜ୍ୟରେ ବର୍ଷା ଜାରି ରହିବ । ଦେବଗଡ, ଅନୁଗୁଳ, ମୟୁରଭଞ୍ଜ, ବରଗଡ ଓ ସୁବର୍ଣ୍ଣପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଶୁକ୍ରବାର ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ସେହିପରି ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଉତ୍ତର-ପଶ୍ଚିମ ଦିଗରେ ଝାଡଖଣ୍ଡ ଆଡକୁ ଗତି କରିବାର ସମ୍ଭାବନା ଥିବାର ବେଳେ ଏହାର ପ୍ରଭାବରେ ଜୁନ୍‌ ୨୪ ଯାଏଁ ରାଜ୍ୟରେ ବର୍ଷା ଜାରି ରହିବ।

Related Articles

Back to top button