ସୁସ୍ଥ ହେଲେ ମହାପ୍ରଭୁ, ଦ୍ୱାଦଶୀ ତିଥିରେ ବିଜେ କଲେ ରାଜପ୍ରାସାଦକୁ

ପୁରୀ: ଦ୍ବାଦଶୀ ତିଥିରେ ଶ୍ରୀଜିଉମାନଙ୍କର ରାଜପ୍ରାସାଦ ବିଜେ ନୀତି। ସକାଳ ଧୂପ ସରିବା ପରେ ଜୟବିଜୟ ଦ୍ବାର ବନ୍ଦ କରାଯାଇ ବେହେରଣ ଦ୍ବାର ଫିଟିବା ସହ ଶ୍ରୀମନ୍ଦିରରୁ ଶ୍ରୀନହରକୁ ରାଜପ୍ରସାଦ ବିଜେ କରାଯାଇଛି ।

ଶୁକ୍ରବାର ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଖଳି ଲାଗି ଓ ରକ୍ତ ବସ୍ତ୍ର ଲାଗି କରାଯାଇଥିଲା । ଶ୍ରୀଜିଉଙ୍କୁ ଶ୍ରୀ ବୈଦ୍ୟଙ୍କ ଦ୍ବାରା ପ୍ରସ୍ତୁତ ଦଶମୂଳ ଔଷଧ ଲାଗି କରାଯାଇଥିଲା। ମହାପ୍ରଭୁ ଆରୋଗ୍ୟ ଲାଭ କରିଥିବା ବେଳେ ଏହି ଖବର ଗଜପତି ମହାରାଜାଙ୍କୁ ସୂଚିତ କରାଯିବ । ପରମ୍ପରା ଅନୁସାରେ ମହାପ୍ରଭୁଙ୍କ ଅନବନର ସମୟରେ ଶ୍ରୀଅଙ୍ଗରୁ ବାହାରିଥିବା ବିବିଧ ସାମଗ୍ରୀକୁ ପ୍ରସାଦ ରୂପରେ ରାଜନଅରକୁ ବିଜେ କରାଯିବ । ଏହି ବିଜେ ନୀତିକୁ ରାଜପ୍ରସାଦ ବିଜେ କୁହାଯାଏ । ଦଇତାପତି ଓ ବିଦ୍ୟାପତିମାନେ ଶ୍ରୀଜିଉଙ୍କ ପ୍ରସାଦ ରୂପେ କରାଳ, ଚନ୍ଦନ, ପାଟବସ୍ତ୍ରକୁ ନେଇ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ବିଜେ କରିବେ ।

Related Articles

Back to top button