ବଡଦାଣ୍ଡରେ ଗଢିଲା ତିନି ରଥ

ନିର୍ଦ୍ଧାରିତ ସମୟର ୩ ଘଣ୍ଟା ପୂର୍ବରୁ ଟଣାହେଲା ରଥ, ଜୟ ଜଗନ୍ନାଥ ଡାକରେ କମ୍ପୁଛି ବଡଦାଣ୍ଡ

ପୁରୀ: ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ଚତୁର୍ଦ୍ଧାମୂର୍ତ୍ତି ପହଣ୍ଡି ବିଜେ ପରେ ତିନି ରଥରେ ବିରାଜମାନ କରିଛନ୍ତି। ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ମାଉସୀ ମା ଯିବେ ତିନି ରଥ। ତେବେ ନିର୍ଦ୍ଧାରିତ ସମୟର ତିନି ଘଣ୍ଟା ପୂର୍ବରୁ ବଡଦାଣ୍ଡରେ ଗଡିଛି ତିନି ରଥ ।

ତେବେ ନିର୍ଦ୍ଧାରିତ ସମୟର ତିନି ଘଣ୍ଟା ପୂର୍ବରୁ ବଡଦାଣ୍ଡରେ ଗଡିଛି ତିନି ରଥ । ଡାହୁକଙ୍କ ଡାକରେ ଫାଟିପଡୁଛି ସମଗ୍ର ପରିବେଶ । ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ସକାଳୁ ଧାଡି ପହଣ୍ଡିରେ ଆସି ରଥାରୁଢ ହୋଇଥିଲେ ତିନି ଠାକୁର । ଏହାପରେ ତିନି ରଥ ଉପରେ ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ ଜଗତଗୁରୁ ଶଙ୍କରାଚାର୍ଯ୍ୟ ।

ଶଙ୍କରାଚାର୍ଯ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ରଥ ଉପରେ ଛେରାପହଁରା ନୀତି କରିଥିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ପ୍ରଥମେ ଭଳଭଦ୍ରଙ୍କ ତାଳଧ୍ବଜ ରଥରେ ଛେରାପହଁରା କରିଥିଲେ ମହାରାଜା । ପରେ ସୁଭଦ୍ରାଙ୍କ ଦେବଦଳନ ରଥ ଏବଂ ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥରେ ଛେରାପହଁରା ନୀତି ସମାପନ କରିଥିଲେ ମହାରାଜା ଦିବ୍ୟସିଂହ ଦେବ ।

ଦୁଇ ବର୍ଷ କାଳ ଭକ୍ତ ଓ ଭଗବାନଙ୍କ ମଧ୍ୟରେ ପାଚେରୀ ସାଜିଥିଲା କରୋନା । ଦୁଇ ବର୍ଷ ପରେ ଘଣ୍ଟ, ଘଣ୍ଟା, କାହାଳୀ ନାଦରେ ପୁଣି ଦୁଲୁକୁଛି ବଡଦାଣ୍ଡ । ପତିତପାବନ ଯାତ୍ରାରେ ଶରଧାବାଲି ଜନ୍ମବେଦୀକୁ ବିଜେ କରିବେ ଶ୍ରୀଜିଉ । ଲୀଳାମୟ ପୁରୁଷ ଶ୍ରୀଜଗନ୍ନାଥଙ୍କ ଏହି ଗୁଣ୍ଡିଚା ଯାତ୍ରା ଦେଖିବା ପାଇଁ ଲୋକାରଣ୍ୟ ହୋଇ ଉଠିଛି ବଡଦାଣ୍ଡ ।

ହରିବୋଲ ହୁଳହୁଳି, ଜୟ ଜଗନ୍ନାଥ ଧ୍ବନୀରେ ଗଗନପବନ ମୁଖରିତ ହୋଇଛି ବଡଦାଣ୍ଡ । ସେପଟେ ରଥଯାତ୍ରା ପାଇଁ ପୁରୀରେ ପଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

 

Related Articles

Back to top button