ରାତି ପାହିଲେ ରଥଯାତ୍ରା: ଆଜି ସନ୍ଧ୍ୟା ୫ଟା ପରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ

ଥଣ୍ଡା, ଜ୍ୱର, କାଶ ହୋଇଥିବା ଲୋକଙ୍କୁ ଭିଡ଼କୁ ନ ଆସିବାକୁ ପରାମର୍ଶ ଦିଆଯାଇଛି

ପୁରୀ: ଆଉ କେଇ ଘଣ୍ଟାର ଅପେକ୍ଷା। ରାତି ପାହିଲେ ଶ୍ରୀଜିଉଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ଗୁରୁବାର ରଥଯାତ୍ରାର ପୂର୍ବପ୍ରସ୍ତୁତି ଆରମ୍ଭ ହେଉଛି। ରଥରେ ଶେଷ ସ୍ପର୍ଶ ଦେଉଛନ୍ତି ବିଶ୍ୱକର୍ମା ମହାରଣା, ଭୋଇ ସେବାୟତ, ରୂପକାର ଓ ଦରଜୀ ସେବାୟତ । ଏହାପରେ ପୋଲିିସ, ଶ୍ରୀମନ୍ଦିର ପ୍ରଶାସନ ଓ ସେବକମାନେ ତିନି ରଥକୁ ସିଂହଦ୍ୱାର ସମ୍ମୁଖକୁ ଟାଣିନେଇ ଉତ୍ତର ମୋଡ ଦେବେ। ତେବେ ରଥଯାତ୍ରା ପୂର୍ବପ୍ରସ୍ତୁତିକୁ ନେଇ ଭକ୍ତଙ୍କ ପାଇଁ ମାତ୍ର ୫ ଘଣ୍ଟାର ଦର୍ଶନ ବ୍ୟବସ୍ଥା କରାଯାଇଛି । ସନ୍ଧ୍ୟା ୫ଟା ପରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଜଣାପଡ଼ିଛି।

କହିରଖୁଛୁ, କରୋନା କଟକଣା ଯୋଗୁ ଦୁଇ ବର୍ଷ ଧରି ରଥଯାତ୍ରାରେ ଭକ୍ତଙ୍କ ସମାଗମ ବନ୍ଦ ରହିଥିଲା। ହେଲେ ଚଳିତ ବର୍ଷ ଘୋଷଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି। ଏହାକୁ ଆଖି ଆଗରେ ରଖି ଉଭୟ ଜିଲା ପ୍ରଶାସନ ଓ ପୋଲିସ ସଜାଗ ରହିଛନ୍ତି। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ଏବଂ ସମ୍ଭାବ୍ୟ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜନସଚେତନତାକୁ ଗୁରୁତ୍ୱ ଦିଆଯାଇଛି। ଯେଉଁମାନେ ଆସୁଛନ୍ତି, ସେମାନଙ୍କୁ ମାସ୍କ ପିନ୍ଧିବାକୁ କୁହାଯିବା ସହ ଥଣ୍ଡା, ଜ୍ୱର, କାଶ ହୋଇଥିବା ଲୋକଙ୍କୁ ଭିଡ଼କୁ ନ ଆସିବାକୁ ପରାମର୍ଶ ଦିଆଯାଇଛି।

Related Articles

Back to top button