ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ।

ସମ୍ଭାବ୍ୟ ବାତ୍ୟାକୁ ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଗତକାଲି ସୃଷ୍ଟି ହୋଇଥିବା ଅବାପାତଟି କ୍ରମଶଃ ଉତ୍ତର ଉତ୍ତର ପୂର୍ବ ଦିଗରେ ଗତି କରୁଛି । ଆଜି ସକାଳେ ଏହା ଏକ ଗଭୀର ଅବପାତରେ ପରିଣତ ହୋଇଛି । ଏହାର କେନ୍ଦ୍ରସ୍ଥଳୀରେ ବର୍ତ୍ତମାନ ଘଣ୍ଟାପ୍ରତି 50ରୁ 60 କିଲୋମିଟର ବେଗରେ ପବନ ବହୁଛି । ଏହା କ୍ରମଶଃ ଘନୀଭୂତ ହୋଇପାରେ । ଆଜି ରାତି କିମ୍ବା କାଲି ସକାଳ ସୁଦ୍ଧା ଏହା ଘୂର୍ଣ୍ଣିବାତ୍ୟାରେ ପରିଣତ ହୋଇପାରେ । ବାତ୍ୟା ୧୮ ତାରିଖ ସକାଳେ ବାଂଲାଦେଶର ଖେପୁପୁରା ଏବଂ ମଙ୍ଗଳା ଅଞ୍ଚଳରେ ଉପକୂଳ ଅତିକ୍ରମ କରିବ । ପବନର ବେଗ ଅତି ବେଶୀରେ ଘଣ୍ଟା ପ୍ରତି 70ରୁ 80 କିମି ହୋଇପାରେ ।

ଝଟକା ପବନ ଘଣ୍ଟାପ୍ରତି 90 କିମି ହୋଇପାରେ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସର୍ବାଧିକ ପବନ ରହିବ । ଏହାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ । ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ବର୍ଷା ସମ୍ଭାବନା ରହିଛି । ପୁରୀରୁ ଆରମ୍ଭ କରି ଉତ୍ତର ଓଡ଼ିଶାର ଉପକୂଳ ଜିଲ୍ଲା ଗୁଡ଼ିକରେ ବର୍ଷା ହେବ ବୋଲି ଆଇଏମଡି ଡିଜି କହିଛନ୍ତି ।

Related Articles

Back to top button