ଆଇଏଏସ ସ୍ତରରେ ଅଦଳବଦଳ: କେନ୍ଦ୍ରୀୟ ଡେପୁଟେସନରୁ ଓଡ଼ିଶା ଫେରିଲେ ଉଷା ପାଢ଼ୀ

ଭୁବନେଶ୍ୱର: ସର୍ବଭାରତୀୟ ପ୍ରଶାସନିକ ସେବା (ଆଇଏଏସ) ଅଧିକାରୀ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରାଯାଇଛି । କେନ୍ଦ୍ରୀୟ ଡେପୁଟେସନରୁ ଓଡ଼ିଶା ଫେରିଛନ୍ତି ଆଇଏଏସ୍ ଉଷା ପାଢ଼ୀ । ତାଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ସଚିବ ଭାବେ ନିଯୁକ୍ତି ମିଳିଛି । ଏଥିସହିତ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ଦାୟିତ୍ୱ ତାଙ୍କୁ ପ୍ରଦାନ କରାଯାଇଛି ।

୧୯୯୬ ବ୍ୟାଚର ଆଇଏଏସ ଅଧିକାରୀ ଉଷା କେନ୍ଦ୍ରୀୟ ଡେପୁଟେସନରୁ ଫେରିବାରେ ପରେ ରାଜ୍ୟରେ ତାଙ୍କୁ ନୂଆ ବିଭାଗରେ ଦାୟିତ୍ୱ ଦିଆଯାଇଛି । ୨୦୧୫ ମସିହାରେ ଉଷା ଓ ତାଙ୍କ ସ୍ୱାମୀ ଅରବିନ୍ଦ ପାଢ଼ୀ କେନ୍ଦ୍ରୀୟ ଡେପୁଟେସନରେ ଯାଇଥିବା ବେଳେ ଗତ ଅଗଷ୍ଟ ମାସରେ ଉଷା ଓଡ଼ିଶା ଫେରିଥିଲେ ।

ସେହିପରି ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଏବଂ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱରେ ଥିବା ବିଷ୍ଣୁପଦ ସେଠୀଙ୍କୁ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ଶିଳ୍ପ ବିଭାଗର ପ୍ରମୁଖ ସଚିବ ଏବଂ ଦକ୍ଷତା ବିକାଶ ଓ ବୈଷୟିକ ବିଭାଗର ଅତିରିକ୍ତ ଦାୟିତ୍ୱରେ ଥିବା ହେମନ୍ତ ଶର୍ମାଙ୍କୁ ଶିଳ୍ପ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ସେ ଇପିକଲ ଓ ଇଡକୋର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ଜାରି ରଖିବେ । ତେବେ ଆଇଏଏସ ଅଧିକାରୀଙ୍କ ଅଦଳବଦଳ ନେଇ ଆଜି ରାଜ୍ୟ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି ।

Related Articles

Back to top button