ଶିଖରଚଣ୍ଡୀ ମନ୍ଦିର ଉନ୍ନତି କାର୍ଯ୍ୟ ପାଇଁ ୨୫ କୋଟି ଟଙ୍କା ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶିଖରଚଣ୍ଡୀ ମନ୍ଦିର ଓ ଏହାର ପାରିପାର୍ଶ୍ବିକ ଅଞ୍ଚଳର ଉନ୍ନୟନ କରାଯାଇ ଏହାକୁ ଭୁବନେଶ୍ବର ସହରର ଅନ୍ୟତମ ଆକର୍ଷଣ କେନ୍ଦ୍ର ଭାବରେ ବିକଶିତ କରାଯିବ। ୫୩.୬୪ ଏକର ଅଞ୍ଚଳରେ ଏହି ଉନ୍ନତି କାର୍ଯ୍ୟ କରାଯିବ ଏବଂ ଏଥିପାଇଁ ୨୫ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ମାଷ୍ଟରପ୍ଲାନକୁ ଅନୁମୋଦନ ଦେଇଛନ୍ତି। ସୂଚନାଯୋଗ୍ୟ ଯେ ଗତ କିଛି ଦିନ ତଳେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଶିଖରଚଣ୍ଡୀ ମନ୍ଦିର ପରିଦର୍ଶନ କରି ଏହାର ମାଷ୍ଟରପ୍ଲାନ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଉନ୍ନୟନ ଯୋଜନାକୁ ପରିବେଶ ଉପଯୋଗୀ କରିବାପାଇଁ ସେ ପରାମର୍ଶ ଦେଇଥିଲେ।

ଆଜି ସଂଧ୍ୟାରେ ଅନୁଷ୍ଠିତ ଏକ ବୈଠକରେ ବିଡିଏର ଉପାଧ୍ୟକ୍ଷ ଶ୍ରୀ ବଲବନ୍ତ ସିଂହ ଏଥିପାଇଁ ପ୍ରସ୍ତୁତ ମାଷ୍ଟରପ୍ଲାନ ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ। ଏହି ଯୋଜନା ଅନୁଯାୟୀ ମନ୍ଦିର ଓ ଏହାର ଆଖପାଖ ଅଞ୍ଚଳର ୫୩.୬୪ ଏକର ଜମିରେ ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯିବ। ବିଡିଏ ଏହି ଉନ୍ନୟନ କାର୍ଯ୍ୟ କରିବା ସହିତ ଆଗକୁ ମଧ୍ୟ ଏହି ଅଞ୍ଚଳର ପରିଚାଳନା ଦାୟିତ୍ବ ଗ୍ରହଣ କରିବ।

Related Articles

Back to top button