ଲୋକକଳା କଳାକାରଙ୍କ ପାରିଶ୍ରମିକ ବୃଦ୍ଧି

ଭୁବନେଶ୍ବର : ବିଭିନ୍ନ ଲୋକକଳା ଯଥା ଦାସକାଠିଆ, ପାଲା, ଘୋଡାନାଚ ତଥା ଲୋକନୃତ୍ୟ ଓ ଲୋକସଂଗୀତ ପାଇଁ ପାରିଶ୍ରମିକ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ଦେଇଛନ୍ତି। ଏହି ନୂତନ ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ଲୋକକଳା ପାଇଁ ଗୋଟିଏ ଦିନରେ ୩ ଘଣ୍ଟାରେ ୩ଟି ପ୍ରଦର୍ଶନ କରିବା ପାଇଁ ବର୍ଦ୍ଧିତ ପାରିଶ୍ରମିକ ଘୋଷଣା କରାଯାଇଛି । ଦଳର ମୁଖ୍ୟଙ୍କୁ ଦିନକୁ ୧୦୦୦ ଟଙ୍କା ଓ ଅନ୍ୟ ସଦସ୍ୟଙ୍କୁ ୮୦୦ ଟଙ୍କା ଲେଖାଏଁ ପ୍ରଦାନ କରାଯିବ। ଏଥିସହିତ କଳାକାରଙ୍କ ଗମନାଗମନ ଓ ଖାଦ୍ୟ ପାଇଁ ଜଣ ପିଛା ଦୈନିକ ୩୦୦ ଟଙ୍କା ଲେଖାଏଁ ଦିଆଯିବ। ଘୋଡାନାଚ କ୍ଷେତ୍ରରେ ୮ ଜଣିଆ ଘୋଡାନାଚ ଦଳକୁ ଏକକାଳୀନ ୯୦୦୦ ଟଙ୍କା, ପାଲା ପ୍ରଦର୍ଶନ କ୍ଷେତ୍ରରେ ୬ ଜଣିଆ ଦଳକୁ ଏକକାଳୀନ ୬୮୦୦ ଟଙ୍କା ଓ ଲୋକନୃତ୍ୟ ଓ ଲୋକସଂଗୀତ ପାଇଁ ୮ ଜଣିଆ ଦଳକୁ ଏକକାଳୀନ ୯୦୦୦ ଟଙ୍କା, ଦାସକାଠିଆ ପ୍ରଦର୍ଶନ କ୍ଷେତ୍ରରେ ଦୁଇ ଜଣିଆ ଦଳକୁ ଏକକାଳୀନ ୨୪୦୦ ଟଙ୍କା ପ୍ରଦାନ କରାଯିବ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Related Articles

Back to top button