
ସ୍ୟାଣ୍ଡ୍ ଆନିମେସନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା
ପୁରୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ ପୁରୀର ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦାମ ପ୍ରଧାନ ଏକ ସୁନ୍ଦର ସ୍ୟାଣ୍ଡ୍ ଆନିମେସନ ପ୍ରସ୍ତୁତ କରିଛନ୍ତି । ଏହାରି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସେ ଶୁଭେଚ୍ଛା ଜଣାଇଛନ୍ତି। ଏହି ସ୍ୟାଣ୍ଡ୍ ଆନିମେସନଟି ଏକ ମିନିଟ ୨୪ ସେକେଣ୍ଡର ହୋଇଥିବା ବେଳେ ମହାପ୍ରଭୁ ଶ୍ରୀଜଗନ୍ନାଥ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦୀର୍ଘାୟୁ କରନ୍ତୁ ବୋଲି ସେ କାମନା କରିଛନ୍ତି ।