ନୂଆ ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସଂଜୀବ ପଣ୍ଡା

ଟୁଇନ୍ ସିଟିର ନୂଆ ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସଂଜୀବ ପଣ୍ଡା । ପୋଲିସ କମିଶନରଙ୍କ କାର୍ଯ୍ୟାଳୟରେ ପହଂଚିବା ପରେ ତାଙ୍କୁ ଗାର୍ଡ଼ ଅଫ୍ ଅନର ଦିଆଯାଇଥିଲା । ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି । ୧୯୯୪ ବ୍ୟାଚର ଓଡ଼ିଆ ଆଇପିଏସ୍ ଅଧିକାରୀ ହେଉଛନ୍ତି ସଂଜୀବ ପଣ୍ଡା । ପୋଲିସ କମିଶନର ଦାୟିତ୍ୱ ନେବା ପୂର୍ବରୁ ସେ ରାଜ୍ୟ ପୋଲିସ ହାଉସିଂ ୱେଲଫେୟାର କର୍ପୋରେସନର ସିଏମଡି ଦାୟିତ୍ୱରେ ଥିଲେ । ପୂର୍ବରୁ ସେ ପୁରୀ ଏସ୍ପି, ଆଇଜି ପର୍ସନାଲ, ଆଇଜି ଓଏସ୍ଏପି, ଏଡିଜି କ୍ରାଇମବ୍ରାଞ୍ଚ, ପରିବହନ କମିଶନର ଆଦି ବିଭିନ୍ନ ଦାୟିତ୍ୱ ତୁଲାଇଛନ୍ତି ।ପୋଲିସ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ପାଇଁ କାମ କରିବି କହିଲେ ସିପି ।

Related Articles

Back to top button