ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା

ଚଳିତ ବର୍ଷରୁ ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କୁ ବାର୍ଷିକ ୫ ହଜାର ଟଙ୍କା ମିଳିବ ବୋଲି ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି । ରାଜ୍ୟରେ ଡ୍ରପ ଆଉଟ୍ ହାର କମାଇବା ପାଇଁ ରାଜ୍ୟ ସରକାର ସହିଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା କାର୍ଯ୍ୟକାରୀ କରିବେ ବୋଲି ସୂଚନା ମିଳିଛି । ଏହି ଯୋଜନାରେ ନବମ, ଏକାଦଶ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କୁ ଅନ୍ତର୍ଭୂକ୍ତ କରାଯିବ। ଏହା ଦ୍ୱାରା ୩ ଲକ୍ଷ ଆଦିବାସୀ ଛାତ୍ରଛାତ୍ରୀ ଉପକୃତ ହେବେ ଓ ଡ୍ରପ ଆଉଟ୍ ହାର ହ୍ରାସ କ୍ଷେତ୍ରରେ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ଚଳିତ ବର୍ଷ ୧୫୬ କୋଟି ଖର୍ଚ୍ଚ ହେବ ଓ ୩ ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେବେ । ରାଜ୍ୟରେ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ବିଜେପି ସରକାର ଏପରି ନିଷ୍ପତି ନେଇଛନ୍ତି । ଏହା ସହିତ ଗୁଣାତ୍ମକ ଶିକ୍ଷା ପାଇଁ ରାଜ୍ୟ ସରକାର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ଯୋଜନା କାର୍ଯ୍ୟକାରୀ କରିବେ । ଏଥିରେ ପ୍ରତି ପଞ୍ଚାୟତର ଗୋଟିଏ ଲେଖାଏଁ ବିଦ୍ୟାଳୟକୁ ଆଦର୍ଶ ବିଦ୍ୟାଳୟରେ ପରିଣତ କରାଯିବ।

Related Articles

Back to top button