ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ପାଞ୍ଚୋଟି ଜିଲ୍ଲାରେ ସ୍କୁଲ ଛୁଟି

ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆଜି ପାଞ୍ଚୋଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । କେନ୍ଦୁଝର, ସୁବର୍ଣ୍ଣପୁର ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡିରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲଗୁଡିକୁ ଛୁଟି ଘୋଷଣା କରାଯାଇଛି | କେବଳ ସ୍କୁଲ ନୁହେଁ ଏହି ସବୁ ଜିଲ୍ଲାରେ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ବନ୍ଦ ରହିବ |

ଆଜି ମାତ୍ରାଧିକ ବର୍ଷା ହେବାର ସମ୍ଭାବନା ଥିବାରୁ ଜିଲ୍ଲାପାଳ ସ୍କୁଲ ଛୁଟି ନେଇ ନୋଟିସ୍ ଜାରି କରିଛନ୍ତି । ଜିଲ୍ଲାର ସମସ୍ତ ବିଡିଓଙ୍କୁ ସଜାଗ ରହିବାକୁ କୁହାଯାଇଛି । ତଳିଆ ଅଂଚଳରେ ବର୍ଷା ସ୍ଥିତି ଦେଖି ଲୋକଙ୍କୁ ସ୍ଥାନାନ୍ତର କରାଯିବ । ମାଟି ଘରେ ରହୁଥିବା ଅଂଚଳରେ ଅଧିକ ଧ୍ୟାନ ଦେବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

ସେପଟେ ବଙ୍ଗୋପସାଗରରେ ସୃଷ୍ଟି ଅବପାତ ଗଭୀର ଅବପାତରେ ପରିଣତ ହୋଇଛି । ଗଭୀର ଅବପାତଟି ଘଣ୍ଟା ପ୍ରତି ୨୫ କିଲୋମିଟର ବେଗରେ ଉତ୍ତର ଏବଂ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଜାରି ରହିଛି । ଉତ୍ତର ଓ ପଶ୍ଚିମ ଓଡ଼ିଶାର 16 ଜିଲ୍ଲାକୁ ବର୍ଷା ପାଇଁ ସତର୍କ ସୂଚନା ଜାରି ହୋଇଛି ।

Related Articles

Back to top button