
ସମ୍ଭାବ୍ୟ ବାତ୍ୟା ପାଇଁ ୧୪ ଜିଲ୍ଲାର ସ୍କୁଲଗୁଡ଼ିକୁ ଛୁଟି
ସମ୍ଭାବ୍ୟ ବାତ୍ୟା ପାଇଁ ୧୪ ଜିଲ୍ଲାର ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର (SRC)। ଏହି ୧୪ଟି ଜିଲ୍ଲା ହେଉଛି- ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ।