ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ବିଜେପିରୁ ବହିଷ୍କାର ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର

ଆଜି ବିଜେପିରୁ ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କୁ ବହିଷ୍କାର କରାଯାଇଛି। ସେହିପରି ଶାରଦା ପ୍ରଧାନ ଓ ରାକେଶ ମଲ୍ଲିକଙ୍କୁ ମଧ୍ୟ ଦଳ ବିରୋଧୀ କାର୍ଯ୍ୟ ପାଇଁ ଦଳରୁ ବହିଷ୍କୃତ କରାଯାଇଛି।ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଜୟ ମହାପାତ୍ର ଓ ଶାରଦା ପ୍ରଧାନ, ଏସ୍‌ସି ମୋର୍ଚ୍ଚା ରାଜ୍ୟ ଉପସଭାପତି ଶ୍ରୀ ରାକେଶ ମଲ୍ଲିକଙ୍କୁ ଦଳରୁ ବହିଷ୍କାର କରାଗଲା ବୋଲି ରାଜ୍ୟ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Related Articles

Back to top button